କନକ ବ୍ୟୁରୋ : ଗୋଟିଏ ଦିନରେ ୧୦୩୮ ଜଣ ନୂଆ ଡାକ୍ତରଙ୍କୁ ମିଳିଲା ନିଯୁକ୍ତି । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ମାଇଲ୍ ଖୁଣ୍ଟ ପ୍ରତିଷ୍ଠା କଲେ ରାଜ୍ୟ ସରକାର । ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ନବନିଯୁକ୍ତ ଡାକ୍ତରମାନଙ୍କ ଇଣ୍ଡକ୍ସନ୍ ଟ୍ରେନିଂରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ, ଆଜି ଦିନକୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ଐତିହାସିକ ଦିନ ଭାବେ ବର୍ଣ୍ଣନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋଟିଏ ଦିନରେ ୧୦୩୮ ଜଣଙ୍କୁ ନିଯୁକ୍ତି ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି କହିଛନ୍ତି ନବୀନ । ଏହା ସହ ଲୋକଙ୍କ ସେବାକୁ ନିଜ ଧର୍ମ ଭାବେ ବିଚାର କରି କାର୍ଯ୍ୟ କରିବା ପାଇଁ ନବନିଯୁକ୍ତ ଡାକ୍ତରମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ୮,୭୧୯ଟି ଡାକ୍ତର ପଦବୀ ମଧ୍ୟରୁ ବର୍ତ୍ତମାନ ୫,୪୧୪ ଜଣ ନିୟମିତ ଡାକ୍ତର କାର୍ଯ୍ୟ କରୁଛନ୍ତି । ନିକଟରେ ଓପିଏସସି ୧,୪୦୩ ଜଣ ଡାକ୍ତରଙ୍କୁ ଚୟନ କରିଥିବା ବେଳେ ତନ୍ମଧ୍ୟରୁ ୧୦୩୮ ଜଣ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଖୁବଶୀଘ୍ର ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି ସୂଚନା ମିଳିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/05/dc-Cover-2gsnnbd1u20kn66ge9kdurlk67-20190402023843.Medi_.jpeg)