ଭୁବନେଶ୍ୱରକୁ ଭୂତାଣୁ ଭୟ । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୧,୦୬୨ କରୋନା ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ ୯୯୬ ଜଣ

135

କନକ ବ୍ୟୁରୋ: ଭୁବନେଶ୍ୱରକୁ ଡରାଉଛି କରୋନା ଭୂତାଣୁ । ଆଜି ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୧୦୬୨ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟରୁ ୧୭୨ ଜଣ ଚିହ୍ନଟ ହୋଇଥିବା ବେଳେ ୮୯୦ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୯୯୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ଭୁବନେଶ୍ୱରରେ ୭୦,୯୬୪ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ୫୭,୮୨୭ ଜଣ ସୁସ୍ଥ ହୋଇ ଘରକୁ ଫେରଛନ୍ତି । ଆହୁରି ୧୨,୭୯୫ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।

Comments are closed.