ଜୁନ୍ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

914

କନକ ବ୍ୟୁରୋ : ଜୁନ୍ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସମୀର ଦାଶ କହିଛନ୍ତି, ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ୍ ଭାବେ କରାଯାଉଛି । ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯାଉଛି ।
ସେପଟେ ସ୍କୁଲ ଖୋଲାଯିବା ଉଚିତ୍ କି ନାହିଁ ସେ ବାବଦରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ସମୀର ଦାଶ । ସେ କହିଛନ୍ତି, ଏବେ ସ୍କୁଲ ଖୋଲିବା ସମ୍ପର୍କରେ କହିବା ସମ୍ଭବ ନୁହେଁ । ବିଶେଷଜ୍ଞ ଓ ମୁଖ୍ୟମନ୍ତ୍ରୀ ସ୍କୁଲ ଖୋଲିବା ନିଷ୍ପତ୍ତି ନେବେ । ଆସନ୍ତା ୧୭ରୁ ୟୁଟ୍ୟୁବରେ ନବମ ଓ ଦଶମ ପିଲାଙ୍କୁ ଶାକ୍ଷାଦାନ ଦିଆଯିବ । ସବୁ ଜିଲ୍ଲାର ଡିଇଓମାନଙ୍କୁ ବିଷୟ ସ୍ଥିର କରିବାକୁ କୁହାଯାଇଛି । ଆସନ୍ତା ୧୮ ତାରିଖରେ ଏନେଇ ୩୦ ଜିଲ୍ଲାର ଡିଇଓଙ୍କ ସହ ବୈଠକ ବସିବ ।