ଆଜିଠାରୁ ଆରମ୍ଭ ମାଟ୍ରିକ ସପ୍ଲିମେଂଟାରୀ ପରୀକ୍ଷା

41

କନକ ବ୍ୟୁରୋ : ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ସପ୍ଲିମେଂଟାରୀ ପରୀକ୍ଷା । ଚଳିତ ବର୍ଷ ରାଜ୍ୟରେ ପ୍ରାୟ ୧୧ହଜାର ୬୨୦ ପରୀକ୍ଷାର୍ଥୀ ୪୫ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିଥିଲା । ତେବେ ପ୍ରଥମ ଦିନରେ ଛାତ୍ରଛାତ୍ରୀ ମାନେ ପରୀକ୍ଷାର ଏକଘଂଟା ପୂର୍ବରୁ ପରୀକ୍ଷାକେନ୍ଦ୍ରରେ ପହଂଚିଥିଲେ । କପି ରୋକିବାକୁ ତ୍ରୀ ସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା କରାଯାଇଛି । ତେବେ ଚଳିତ ବର୍ଷ  ଗଣିତ ବିଷୟରେ  ୧୫ ମିନିଟ ଅଧିକ ସମୟ ମିଳିବ ।