ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ୧୧ ଜଣଙ୍କର ମୃତ୍ୟୁ

44

କନକ ବ୍ୟୁରୋ : ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ବାଲେଶ୍ୱର ଜିଲ୍ଲା ସୋରରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଳେଶ୍ୱରରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ ଜିଲ୍ଲାର ତିହିଡି ବ୍ଲକରେ ୨, ଭଣ୍ଡାରିପୋଖରୀ ବ୍ଲକରେ ୨ ଏବଂ ଭଦ୍ରକ ବ୍ଲକରେ ୨ ଜଣଙ୍କର ମୃତ୍ୟୁ ହୋଇଛି।