ଭୁବନେଶ୍ୱରରେ ଭୂତାଣୁ ଭୟ । ଆଜି ଚିହ୍ନଟ ହେଲେ ୧,୧୦୯ କରୋନା ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ ୧,୦୭୭ ଜଣ

91

କନକ ବ୍ୟୁରୋ: ଭୁବନେଶ୍ୱରରେ ବଢି ଚାଲିଛି ଭୂତାଣୁ ଭୟ । ଆଜି ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୧,୧୦୯ କରୋନା ଆକ୍ରାନ୍ତ । କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭୪ ଜଣ ଚିହ୍ନଟ ହୋଇଥିବା ବେଳେ ୯୩୫ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୧,୦୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ଭୁବନେଶ୍ୱରରେ ୫୮,୧୭୫ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ୪୬,୬୫୮ ଜଣ ସୁସ୍ଥ ହୋଇ ଘରକୁ ଫେରୁଛନ୍ତି । ଆହୁରି ୧୧,୨୦୯ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।