ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୧୧୬ ପଜିଟିଭ୍ ଚିହ୍ନଟ । ୪୮,୨୫୬ରେ ପହଞ୍ଚିଲା ରାଜଧାନୀର ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ।

Advertisment
ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୧୧୬ ପଜିଟିଭ୍ ଚିହ୍ନଟ । ୪୮,୨୫୬ରେ ପହଞ୍ଚିଲା ରାଜଧାନୀର ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ।

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୧୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି । ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ କରୋନା ମାମଲା ୪୮୨୫୬ରେ ପହଞ୍ଚିଛି । ସେହିପରି ଏବେ ବି ୮୯୪୭ଟି ସକ୍ରିୟ ମାମଲା ରହିଛି ।

ଏଥିସହିତ ଗତ ୨୪ ଘଣ୍ଟା ମଧ୍ୟରେ ୬୫୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଯାବତ ଏହି ମହାମାରୀରେ ଆକ୍ରାନ୍ତ ହୋଇ ୨୭୨ଜଣ ଲୋକଙ୍କ ପ୍ରାଣ ଗଲାଣି । ଆଜି ଚିହ୍ନଟ ହୋଇଥିବା ୧୧୧୬ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୧୭୭ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୯୩୯ଜଣ ରହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe