କନକ ବ୍ୟୁରୋ: ଭୁବନେଶ୍ୱର ପୁଣି ସଂକ୍ରମଣ ଉପର ମୁହାଁ ହୋଇଛି । ଆଜି ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୧,୧୫୧ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟରୁ ୧୮୪ ଜଣ ଚିହ୍ନଟ ହୋଇଥିବା ବେଳେ ୯୬୭ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୮୯୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Kanak News is now on WhatsApp
Join and get latest news updates delivered to you via WhatsApp
ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ଭୁବନେଶ୍ୱରରେ ୬୩,୬୪୯ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ୫୧,୦୫୬ ଜଣ ସୁସ୍ଥ ହୋଇ ଘରକୁ ଫେରୁଛନ୍ତି । ଆହୁରି ୧୨,୨୭୩ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।