ରାଜଧାନୀରେ କାୟା ମେଲାଉଛି କରୋନା । ଆଜି ଭୁବନେଶ୍ୱରେ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀ କରୋନା ପଜିଟିଭ ।

Advertisment
ରାଜଧାନୀରେ କାୟା ମେଲାଉଛି କରୋନା । ଆଜି ଭୁବନେଶ୍ୱରେ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀ କରୋନା ପଜିଟିଭ ।

କନକ ବ୍ୟୁରୋ : ରାଜଧାନୀରେ କାୟା ମେଲାଉଛି କରୋନା । ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀଙ୍କ ସମେତ ଭୁବନେଶ୍ୱରରୁ ଆଜି ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୭୧ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୭ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କରୋନା ପଜିଟିଭଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ବେଳେ ୮ ଜଣ ପୁରୁଷ।

ବିଏମସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କଳିଙ୍ଗ ଷ୍ଟାଡିୟମ ନିକଟ ରିଜର୍ଭ କଲୋନିରୁ ୭ ଜଣ ପୁରୁଷ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କର ବୟସ ୩୦ରୁ ୫୩ ବର୍ଷ। ସେହିପରି ନୟାପଲ୍ଲୀ ନୂଆସାହିରୁ ୫ ଜଣ ପୁରୁଷ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ପୂର୍ବରୁ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ।

ଏବେ ପର୍ଯ୍ୟନ୍ତ ଭୁବନେଶ୍ୱରରେ ମୋଟ ୩୪୭୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିରୁ ୨୧୫୧ ଜଣ ସୁସ୍ଥ ହୋଇଥିବା ବେଳେ ୧୩୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସା ଜାରି ରହିଛି । ସବୁଠୁ ବଡ କଥା ହେଲା ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଜଣଙ୍କର କରୋନାରେ ମୃତ୍ୟୁ ମଧ୍ୟ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe