କନକ ବ୍ୟୁରୋ : କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବିରେ ୧୨ଘଣ୍ଟିଆ ବନ୍ଦ ପାଳନ । ଜିଲ୍ଲା ସଂଘର୍ଷ ସମିତିର ଆହ୍ୱାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି । ସହରର ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ଆଜି ବନ୍ଦ ରହିଛି ।

Advertisment

ତେବେ ଗାଡ଼ି ଚଳାଚଳ ସ୍ୱାଭାବିକ ରହିଛି । ସ୍ଥାନୀୟ ଇନ୍ଦିରା ଛକ ନିକଟରେ ଜିଲ୍ଲା ସଂଘର୍ଷ ସମିତିର କର୍ମକର୍ତା ମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଆଜିର ଏହି ବନ୍ଦରେ ସହରର ୨୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ଦେବାର କାର୍ଯ୍ୟକ୍ରମ ରହିଛି ।