କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୮ ଜଣ, ଦେବଗଡ଼ରୁ ୨ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, ଖୋର୍ଦ୍ଧାରୁ ୬୧ ଜଣ, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୨ ଜଣ, ସମ୍ୱଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୨ ଜଣ ଓ ଷ୍ଟେଟ ପୁଲରୁ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
Covid-19 Report For 24th December
New Positive Cases: 124
Of which 0-18 years: 17
In quarantine: 75
Local contacts: 49(Details of local contacts will be shared by concerned District)
1. Angul: 2
2. Balasore: 3
3. Bargarh: 6
4. Bhadrak: 3
5. Balangir: 1
6. Cuttack: 8— I & PR Department, Odisha (@IPR_Odisha) December 25, 2021
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୩ ହଜାର ୭୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୩ ହଜାର ୬୦୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୬୬୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।