କରୋନା ବଡ ଖବର: ରାଜ୍ୟରେ ପୁଣି ୧୪ ପଜିଟିଭ ଚିହ୍ନଟ । ଗଂଜାମରୁ ୧୨, ଭଦ୍ରକ ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି

Advertisment
କରୋନା ବଡ ଖବର: ରାଜ୍ୟରେ ପୁଣି ୧୪ ପଜିଟିଭ ଚିହ୍ନଟ । ଗଂଜାମରୁ ୧୨, ଭଦ୍ରକ ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି

କନକ ବ୍ୟୁରୋ: ସଂଖ୍ୟା ବଢୁଛି, ଭୟ ବଢୁଛି । କରୋନାକୁ ନେଇ ପୁଣି ଆସିଲା ବଡ ଖବର । ରାଜ୍ୟରେ ଆଜି ପୁଣି ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ କୁ ବୃଦ୍ଧି ପାଇଛି । ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ସୁନ୍ଦରଗଡ, ଭଦ୍ରକ ଏବଂ ଗଂଜାମ ଜିଲ୍ଲାରୁ ବୋଲି ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ୧୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୨, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ଆଜି ୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ଏମାନେ ସମସ୍ତେ ସକ୍ରିୟ ସଂକ୍ରମିତ ବୋଲି ଜଣାଯାଇଛି।

ସୂଚନାଯୋଗ୍ୟ, ଗତକାଲି ସୁଦ୍ଧା ଓଡ଼ିଶାର ୧୮ଟି ଜିଲ୍ଲାରୁ ମୋଟ ୨୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୫୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ ଜଣ, ଭଦ୍ରକ ଜିଲ୍ଲାରୁ ୨୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏତଦ ବ୍ୟତୀତ କୋରାପୁଟ, ଦେବଗଡ଼, ଢେଙ୍କାନାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe