ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୧୪୪୭ ଆକ୍ରାନ୍ତ । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଜଣ ସୁସ୍ଥ ହେଲେ ।

ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୧୪୪୭ ଆକ୍ରାନ୍ତ । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଜଣ ସୁସ୍ଥ ହେଲେ ।

କନକ ବ୍ୟୁରୋ : ରାଜ୍ୟରେ ଆଜି ୧୪୪୭ ଜଣ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଏଥିରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୫୩ଜଣ ଅଛନ୍ତି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୧୭୯ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୧୯୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ସମ୍ବଲପୁରରୁ ୧୨୫, ଝାରସୁଗୁଡ଼ାରୁ ୯୮, କେନ୍ଦୁଝରରୁ ୪୯, କୋରାପୁଟରୁ ୪୫, ମୟୂରଭଂଜରୁ ୪୨, ପୁରୀରୁ ୩୦, ବାଲେଶ୍ୱରରୁ ୨୯, ଅନୁଗୁଳରୁ ୨୧, ଦେବଗଡ଼, ନବରଂଗପୁରରୁ ୧୫-୧୫, ଗଜପତିରୁ ୯, ଢେଙ୍କାନାଳ, ଜଗତସିଂହପୁରରୁ ୮-୮, ଯାଜପୁରରୁ ୭, ନୟାଗଡ଼ରୁ ୬, ବରଗଡ଼ରୁ ୫, କେନ୍ଦ୍ରାପଡ଼ାରୁ ୩, ସୁବର୍ଣ୍ଣପୁରରୁ ୨ ଓ ରାଜ୍ୟପୁଲରୁ ୬୧ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୧୦,୦୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୫୮୩୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୨୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୭୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୮୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe