କନକ ବ୍ୟୁରେ : ଦିନକରେ ରାଜ୍ୟରୁ ୧୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ଗଜପତି ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ସୁନ୍ଦରଗଡ ଓ ରାୟଗଡାର ୨ ଜଣ ଲେଖାଏଁ ଏବଂ ପୁରୀ, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ସେହିଭଳି ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୮୮୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୩୧ ଜଣ ମାମଲା ଚିହ୍ନଟ ହୋଇଛି । ସେହିପରି ସୁନ୍ଦରଗଡରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଯାଇଛି । ଦିନକରେ ସୁନ୍ଦରଗଡରେ ୧୧୩୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୭୯୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ଟି ଜିଲ୍ଲାରେ ସଂକ୍ରମଣ ୪ଶହ ଉପରେ ରହିଛି । ବରଗଡରୁ ୪୮୩, ସମ୍ବଲପୁର ୪୭୦, ଅନୁଗୁଳ ୪୪୩, ପୁରୀ ୪୩୬ ଓ କଳାହାଣ୍ଡିରୁ ୪୧୪ ନୂଆ ମାମଲା ଆସିଛି । ଝାରସୁଗୁଡା ୩୮୬, ନୂଆପଡା ୩୩୫, ବଲାଙ୍ଗିର ୩୨୬, ଗଂଜାମ ୩୧୦, ଯାଜପୁର ୨୮୨, ମୟୂରଭଂଜ ୨୪୩ ଓ ନୟାଗଡରୁ ୨୨୩ ଜଣଙ୍କ ରିପୋର୍ଟ ପଜିଟିଭ ଚିହ୍ନଟ ହୋଇଛି ।