ଦିଲ୍ଲୀର ଏକ ୩ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ: ୧୬ ଜଣଙ୍କ ମୃତଦେହ ଉଦ୍ଧାର

123

କନକ ବ୍ୟୁରୋ: ଦିଲ୍ଲୀର ମୁଣ୍ଡକା ଅଞ୍ଚଳରେ ଏକ ୩ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ । ଏଥିରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏବେ ୩ ମହଲାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏବେ ବି ଅନେକ ଲୋକ ଫଶି ରହିଥିବା ଆଶଙ୍କା କରାଯାଉଛି । ୯ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି ସଞ୍ଜୟ ଗାନ୍ଧୀ ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆଜି ସନ୍ଧ୍ୟା ୪ଟା ୪୫ରେ ଏକ ଅଫିସରେ ନିଆଁ ଲାଗିବା ଖବର ପୋଲିସ ପାଖରେ ପହଞ୍ଚିଥିଲା । ଖବର ପାଇ ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚିଥିଲା । କୋଠାର ଝରକା ଭାଙ୍ଗି ଉଦ୍ଧାର କାମ ଆରମ୍ଭ ହୋଇଥିଲା । ଘଟଣାସ୍ଥଳରେ ୯ ଦମକଳବାହିନୀ ଉପସ୍ଥିତ ଅଛନ୍ତି । ଆହତମାନଙ୍କୁ ତୁରନ୍ତ ହସ୍ପିଟାଲରେ ପହଞ୍ଚାଇବାକୁ ଆମ୍ବୁଲାନ୍ସ ବି ରହିଛି ।