ଦେଶରେ ଉପରମୁହାଁ କରୋନା ମିଟର : ଗତ ୨୪ ଘଂଟାରେ ୧୬ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ୧୨୦ଜଣ ମୃତ

ଚିନ୍ତା ବଢାଉଛି ୧୨ଟି ରାଜ୍ୟରେ ଭୁତାଣୁ ସଂକ୍ରମଣର ହାର

357

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ୧୬,୫୭୭ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ୧୨୦ଜଣଙ୍କର ମୃତ୍ୟୁ ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୫୭୭ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୧୨୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୬୩,୪୯୧ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ ହୋଇଥିବା ୧୨୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୬,୮୨୫ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୧୭୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୭,୫୦,୬୮୦ । ଏହି ହିସାବରେ ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୭.୧୭%ରେ ପହଞ୍ଚିଛି ।ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୯୮୬ରେ ପହଞ୍ଚିଛି ।