କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବରରୁ ୧ ଜଣ, ଭଦ୍ରକରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୨ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୪ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରୁ ୧ ଜଣ, ଯାଜପୁରରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, ଖୋର୍ଦ୍ଧାରୁ ୮୪ ଜଣ, ମୟୂରଭଞ୍ଜରୁ ୧ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୨ହଜାର ୩୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୧ ହଜାର ୮୩୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୯୮୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।