କନକ ବ୍ୟୁରୋ : ରାଜ୍ୟରେ ଆଜି ଆଉ ୧୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରେ ୧୪୬ ଜଣ ରହିଥିବା ବେଳେ ସ୍ଥାନୀୟ ଲୋକ ଅଛନ୍ତି ୨୮ ଜଣ । ଗଂଜାମର ସର୍ବାଧିକ ୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରେ ୩୪, ପୁରୀରୁ ୧୬, ଖୋଦ୍ଧ।ରୁ ୧୦, ଯାଜପୁରରୁ ୯ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି । ନବରଙ୍ଗପୁର ଓ କେନ୍ଦ୍ରାପଡାରୁ ୭ ଜଣ ଲେଖାଏଁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟ ଓ କଳାହାଣ୍ଡିରୁ ୬ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦୁଝରରୁ ୫ ଜଣ, କନ୍ଧମାଳ,ଭଦ୍ରକ ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଗଂଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ଶହ, ଖୋର୍ଦ୍ଧାରେ ୪ଶହ ଓ ପୁରୀର ୨ଶହ ଅତିକ୍ରମ କରିଛି ।
ଏବେ ରାଜ୍ୟରେ ମୋଟ୍ ୩୦୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୦୧ ରହିଛି। ଅପରପକ୍ଷରେ ୧୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/06/11-12.jpg)