କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱରରୁ ୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୧୩ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୫ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୮୫ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୬ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୧ହଜାର ୭୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୪୧ ହଜାର ୩୬୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧ ହଜାର ୮୯୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।