ଦେଶରେ କମୁଛି କରୋନା ସଂକ୍ରମଣ : ୨୪ ଘଂଟାରେ ୧୮, ୧୩୨ ନୂଆ ସଂକ୍ରମିତ ଚିହ୍ନଟ, ୧୯୩ ଜଣଙ୍କ ମୃତ୍ୟୁ

Advertisment
ଦେଶରେ କମୁଛି କରୋନା ସଂକ୍ରମଣ : ୨୪ ଘଂଟାରେ ୧୮, ୧୩୨ ନୂଆ ସଂକ୍ରମିତ ଚିହ୍ନଟ, ୧୯୩ ଜଣଙ୍କ ମୃତ୍ୟୁ

କନକ ବ୍ୟୁରୋ : ଦେଶରେ ପୁଣି ୨୦ ହଜାର ତଳେ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮ ହଜାରରୁ ସାମାନ୍ୟ ଅଧିକା ଥିବା ବେଳେ ମୃତ୍ୟୁସଂଖ୍ୟା ୨ ଶହରୁ କମ୍‌ ରହିଛି । ୨୪ ଘଣ୍ଟା ମଧ୍ୟରେ ୧୮,୧୩୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୯୩ ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୯,୭୧,୬୦୭ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ ହୋଇଥିବା ୧୯୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୦,୭୮୨ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ୨୧,୫୬୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୨,୯୩,୪୭୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୨୭,୩୪୭। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୫,୧୯,୮୪,୩୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe