୨୪ ଘଣ୍ଟାରେ ଦେଶରେ ୧୮୩୨୭ ନୂଆ କରୋନା ସଂକ୍ରମିତ, ୧୦୮ ଜଣଙ୍କର ମୃତ୍ୟୁ ।

Advertisment
୨୪ ଘଣ୍ଟାରେ ଦେଶରେ ୧୮୩୨୭ ନୂଆ କରୋନା ସଂକ୍ରମିତ, ୧୦୮ ଜଣଙ୍କର ମୃତ୍ୟୁ ।

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ୧୮,୩୨୭ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସକ୍ରିୟ ସଂକ୍ରମଣ ସଂଖ୍ୟା ୧.୮ ଲକ୍ଷ ଟପିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୩୨୭ କରୋନାଭାଇରସ ଜନିତ ନୂତନ ସଂକ୍ରମଣ ଓ ୧୦୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୧,୯୨,୦୮୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୦୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୬୫୬ରେ ପହଞ୍ଚିଛି। ଏହାଛଡ଼ା କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୨୩୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୫୪,୧୨୮।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୪,୯୭,୭୦୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୪ ସୁଦ୍ଧା ସମୁଦାୟ ୨୨,୦୬,୯୨,୬୭୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୫୧,୯୩୫ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe