ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୨ ଜଣଙ୍କୁ ଗିରଫ କଲା ପୁଲିସ : ଏପଟେ ଘଟଣାକୁ ନିନ୍ଦା କରି ଆଜି ଭୁବନେଶ୍ୱରରେ ପ୍ରତିବାଦ କରିଛନ୍ତି ସାମ୍ବାଦିକ

120

ନୟାଗଡ ଯଦୁପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଦୁଇଜଣଙ୍କୁ ଗିରଫ କରିଛି ପୁଲିସ । ଗତକାଲି ଖବର ସଂଗ୍ରହ କରିବାକୁ ଯାଇଥିବା କିଛି ସାମ୍ବାଦିକଙ୍କ ଉପରେ ଏହି ଆକ୍ରମଣ ହୋଇଥିଲା । । ଏହାର ପ୍ରତିବାଦରେ ରାସ୍ତା ରୋକ କରିଥିଲେ ଜନସାଧାରଣ । ମିଳିଥିବା ସୂଚନା ଅନୁସାରେ ଏକ ଘରୋଇ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ଏବଂ କ୍ୟାମେରାମ୍ୟାନ ଉପରେ ହୋଇଥିଲା ଆକ୍ରମଣ । ଏଥିସହ ଏକ ୱେବ ଚ୍ୟାନେଲର ପ୍ରତିନିଧିଙ୍କ ଉପରେ ମଧ୍ୟ ଆକ୍ରମଣ ହୋଇଥିଲା । ଖବର ପ୍ରସାରଣରେ ଅସନ୍ତୁଷ୍ଟ ବ୍ୟକ୍ତ କରି କିଛି ଲୋକ ଏହି ଆକ୍ରମଣ କରିଥିବା ଜଣାପଡିଛି । କିଛି ସମୟ ପାଇଁ ଘଟଣାସ୍ଥଳରେ ଉତେଜନା ଲାଗିରହିଥିବା ବେଳେ ପୋଲିସ ସେଠାରେ ପହଂଚି ପରିସ୍ଥିତିକୁ ସମ୍ଭାଳି ନେଇଥିଲା ।

ଏପଟେ ଘଟଣାକୁ ନିନ୍ଦା କରି ଆଜି ଭୁବନେଶ୍ୱରରେ ସାମ୍ବାଦିକମାନେ ପ୍ରତିବାଦ କରିଛନ୍ତି । ଏଭଳି ଘଟଣାକୁ ଦୃଢ ନିନ୍ଦା କରିବା ସହ ଦୋଷୀ ଉପରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ସାମ୍ବାଦିକ । ଏହାସହ ଆଗାମୀ ବିଧାନସଭା ଅଧିବେଶନରେ ସାମ୍ବାଦିକଙ୍କ ସୁରକ୍ଷା ପାଇଁ ଏକ ବିଲ ପାସ କରାଯାଉ ବୋଲି ସେମାନେ ଦାବି କରିଛନ୍ତି । ଆକ୍ରମଣ ଘଟଣାକୁ ନିନ୍ଦା କରି ଏକ ଦାବିପତ୍ର ରାଜ୍ୟପାଳଙ୍କୁ ଦିଆଯାଇଛି ।