ଅଗଷ୍ଟ ୧୯ରେ ପ୍ରକାଶ ପାଇବ +୨ ବାଣିଜ୍ୟ ପରୀକ୍ଷା ଫଳ । ଜାଣନ୍ତୁ କେମିତି ଦେଖିବେ ରେଜଲ୍ଟ ।

532

କନକ ବ୍ୟୁରୋ : ଅଗଷ୍ଟ ୧୯ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ । ପୂର୍ବାହ୍ନ ୧୧ଟା ୩୦ରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଧିବଦ୍ଧ ଭାବେ ପରୀକ୍ଷା ଫଳ ଉନ୍ମୋଚନ କରିବେ । ଏହାପରେ ଛାତ୍ରଛାତ୍ରୀ ‘www.orissaresults.nic.in‘ ମାଧ୍ୟମରେ ସେମାନଙ୍କ ପରୀକ୍ଷା ଫଳ ଦେଖିପାରିବେ ।

ଚଳିତବର୍ଷ ୩୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ବାଣିଜ୍ୟ ବିଭାଗ ପରୀକ୍ଷା ଦେଇଛନ୍ତି । ପ୍ରତିବର୍ଷ କଳା, ଧନ୍ଦାମୂଳକ ବିଭାଗ ସହ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଉଥିଲା । ତେବେ ଏଥର ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ଆଗୁଆ ପ୍ରକାଶ ପାଇବ । କଳା ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଫଳ ଚଳିତ ମାସ ଶେଷ ସପ୍ତାହରେ ବାହାରିବ ବୋଲି ମନ୍ତ୍ରୀ ଶ୍ରୀ ଦାଶ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ଯେ ଗତ ୧୨ ତାରିଖରେ ବିଜ୍ଞାନ ବିଭାଗ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଥିଲା ।