କନକ ବ୍ୟୁରୋ : ବଢିଲା ଯୁକ୍ତ ଦୁଇ ସିଟ୍ ସଂଖ୍ୟା । ଚଳିତ ବର୍ଷ ଯୁକ୍ତ ଦୁଇରେ ମୋଟ୍ ୫୪ ହଜାର ୯୦୦ ସିଟ୍ ବୃଦ୍ଧି କରାଯାଇଛି । କଳାରେ ୩୮ ହଜାର, ବିଜ୍ଞାନରେ ୧୩ ହଜାର, ବାଣିଜ୍ୟରେ ୩ ହଜାର ୯୦୦ ସିଟ୍ ବୃଦ୍ଧି ହୋଇଛି । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ୭୨ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ ଆସିଥିଲା ।

Advertisment

କଳାରେ ୪୦ ହଜାର, ବିଜ୍ଞାନରେ ୨୫ ହଜାର ଓ ବାଣିଜ୍ୟରେ ୪ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ ହୋଇଥିଲା । ତେବେ ଆସନ୍ତା ୧୨ ତାରିଖରୁ ଯୁକ୍ତ ଦୁଇ ପାଇଁ ଆବେଦନ ଆରମ୍ଭ ହେବ । ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ । କରୋନା ପାଇଁ କୌଣସି ଆଡମିଶନ ଫି ବୃଦ୍ଧି ହେବ ନାହିଁ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।