କନକ ବ୍ୟୁରୋ : ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା । ତେବେ ପରୀକ୍ଷା ପୂର୍ବରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କରାଯାଇଛି । ଯୁକ୍ତ ୨ ପରୀକ୍ଷା ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ । ଚଳିତବର୍ଷ ପରୀକ୍ଷା ଦେବେ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ।  ସେଥିରୁ ରେଗୁଲାର ୩ ଲକ୍ଷ ୬୦ ହଜାର ୧୯୮ ଏବଂ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ୨୬ ହଜାର ୫୨ ଜଣ ରହିଛନ୍ତି ।  ମୋଟ ୧ ଲକ୍ଷ ୮୬ ହଜାର ୮୮୯ ଜଣ ପୁଅ ପରୀକ୍ଷା ଦେଉଥିବା ବେଳେ ଝିଅଙ୍କ ସଂଖ୍ୟା ୧ ଲକ୍ଷ ୯୯ ହଜାର ୩୬୧ ରହିଛନ୍ତି । ମୋଟ କଳାରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଥିବା ବେଳେ ଧନ୍ଦାମୂଳକରେ ୫ହଜାର ୭୯୧ ଜଣ ଏଥର ପରୀକ୍ଷା ଦେଉଛନ୍ତି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

Advertisment

ଏହାସହ ବୋର୍ଡ ପକ୍ଷରୁ କୁହାଯାଇଛି ଯେ,
• ପରୀକ୍ଷା ସମୟରେ କିମ୍ବା ପୂର୍ବରୁ ସୋସିଆଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନ ପତ୍ରକୁ ବିଶ୍ୱାସ ନ କରିବାକୁ ପରାମର୍ଶ
• ମୋଟ ୧୯ଟି ସିଟିଂରେ ହେବ ପରୀକ୍ଷା
• ପ୍ରତେକ ଦିନ ଗୋଟିଏ ବିଷୟରେ ହିଁ ପରୀକ୍ଷା ହେବ
• ଏହା ଭିତରେ ମାଟ୍ରିକ ପରୀକ୍ଷା ମଧ୍ୟ ଚାଲିବ ତେଣୁ ସେମାନଙ୍କ ସୂଚୀକୁ ଦେଖି ମାଟ୍ରିକ ପରୀକ୍ଷା ଯେଉଁ ଦିନ ରହିଛି ସେଦିନ ଯୁକ୍ତ ପରୀକ୍ଷା ରଖାଯାଇନାହିଁ
• ପ୍ରଥମ ୧୦ଟି ବିଷୟ ପରୀକ୍ଷାର ପ୍ରଶ୍ନ ପତ୍ର ପରୀକ୍ଷା ହବରେ ପହଞ୍ଚି ସାରିଛି
• ତ୍ରିସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା ହୋଇଛି
• ପ୍ରଶ୍ନ ପତ୍ର ବିଭ୍ରାଟ ହେବ ନାହିଁ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ...
• ପରୀକ୍ଷା ଆରମ୍ଭ ୧୦ଟାରେ ହେବ, ୩୦ ମିନିଟ ପୂର୍ବରୁ ସେଣ୍ଟରରେ ପହଞ୍ଚିବେ ଛାତ୍ରଛାତ୍ରୀ
• ୧୫ ମିନିଟ ପୂର୍ବରୁ ପରୀକ୍ଷା ହଲରେ ପଂହଁଚିବା ପାଇଁ ସୂଚନା ଦିଆଯାଇଛି । ପ୍ରଶ୍ନପତ୍ର ଏବଂ ଉତ୍ତର ଖାତାକୁ ସଠିକ ଭାବେ ଯାଞ୍ଚ କରିବାକୁ ପିଲାମନଙ୍କୁ ତାଗିଦ କରାଯାଇଛି
• ଉତ୍ତର ଖାତାରେ ଠିକ ଭାବେ ନିଜ ରୋଲ ନମ୍ବର ଏବଂ ରେଜିଷ୍ଟ୍ରେସନ ନମ୍ବର ପୂରଣ କରିବା ଦରକାର ।
• ପରୀକ୍ଷାରେ କୌଣସି ତ୍ରୁଟି ନହେଉ ସେଥିପାଇଁ ପୁରା ବ୍ୟବସ୍ଥା ହୋଇଛି । ପରୀକ୍ଷା କେନ୍ଦ୍ରରେ ସିସି ଟିଭିକୁ ଗୁରୁତ୍ୱ ଦିଆଯାଇଛି
• ମାଧ୍ୟମିକ ଶିକ୍ଷା ପରିଷଦରେ ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି, କୌଣସି ପରୀକ୍ଷା କେନ୍ଦ୍ରରେ କୌଣସି ଭୁଲ ହେଲେ ତାର ଯାଞ୍ଚ କରାଯାଇପାରିବ
• ପରୀକ୍ଷାର୍ଥୀ ପରୀକ୍ଷା ହଲକୁ କୌଣସି ଇଲୋକଟ୍ରନିକ ଜିନିଷ ନେଇପାରିବେ ନାହିଁ । ପାଣି ବୋତଲ, ଜ୍ୟାମିତି ବାକ୍ସ , ଆଡ଼ମିଟ କାର୍ଡ ସହ କଲମ ନେଇପାରିବେ
• ସେପଟେ ଭିନ୍ନକ୍ଷମ ପିଲାମାନଙ୍କ ପାଇଁ ଅଧିକ ୧ ଘଂଟା ସମୟ ଦିଆଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।