କନକ ବ୍ୟୁରୋ : ରାଜ୍ୟରେ ଆଉ ଦୁଇ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୫କୁ ବୃଦ୍ଧି ହୋଇଛି । ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ତତ୍ପର ହୋଇଛି ଗଂଜାମ ଜିଲ୍ଲା ପ୍ରଶାସନ । ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।
ଥଣ୍ଡା, କାଶ, ଜ୍ୱର ଲାଗି ରହିଲେ ନମୁନା ପରୀକ୍ଷା କରିବାକୁ ପରାମର୍ଶ ଦେଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ । ଗତ ୨୪ ଘଣ୍ଟା ମଧ୍ୟରେ କର୍ଣ୍ଣାଟକରେ ସର୍ବାଧିକ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରେ ୨୬, ପୁଡୁଚେରୀରେ ୯, ଉତର ପ୍ରଦେଶରେ ୫, ତେଲେଙ୍ଗାନାରେ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଥିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ପିକନିକ ଋତୁ ଥିବାରୁ ପର୍ଯ୍ୟଟନସ୍ଥଳୀରେ ପ୍ରବଳ ଭିଡ ପରିଲିକ୍ଷିତ ହେଉଛି । ଯାହା କରୋନା ସଂକ୍ରମଣକୁ ବୃଦ୍ଧି କରିପାରେ । ତେଣୁ ଭିଡ଼ ସ୍ଥାନରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/12/in-Covid_test_0.jpg)