କନକ ବ୍ୟୁରୋ :ରାଜ୍ୟ ସରକାର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗକୁ ‘ମୋ ସରକାର’ ଅଧିନରେ ସାମିଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଲୋକସେବା ଭବନରେ ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗ ସାମିଲ ହୋଇଛି। ଏଣିକି ମୁଖ୍ୟମନ୍ତ୍ରୀଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଓ ସଚିବ ଲୋକଙ୍କ ସହ ସିଧାସଳଖ କଥା ହେବେ।
ସୂଚନାଯୋଗ୍ୟ କିଛି ଦିନ ପୂର୍ବରୁ ରାଜ୍ୟ ସରକାର ଗୃହ ଓ ନଗର ଉନ୍ନୟନ ବିଭାଗକୁ ‘ମୋ ସରକାର’ରେ ସାମିଲ କରିଥିଲେ। ସେହିଭଳି ‘ମୋ ସରକାର’ ଆରମ୍ଭ ହେବା ସମୟରେ ପୁଲିସ ଓ ସ୍ୱାସ୍ଥ୍ୟ ବିଭାଗ ଅଧିନକୁ ଆଣିଥିଲେ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/01/30-2.jpg)