ପଶ୍ଚିମ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ସମ୍ବଲପୁର ଓ ବଲାଙ୍ଗୀରରେ ଖୋଲିବ ୨ଟି ନୂଆ ସରକାରୀ ଆଇଟିଆଇ । ଉପକୃତ ହେବେ ହଜାର ହଜାର ଯୁବବର୍ଗ ।

Advertisment
ପଶ୍ଚିମ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ସମ୍ବଲପୁର ଓ ବଲାଙ୍ଗୀରରେ ଖୋଲିବ ୨ଟି ନୂଆ ସରକାରୀ ଆଇଟିଆଇ । ଉପକୃତ ହେବେ ହଜାର ହଜାର ଯୁବବର୍ଗ ।

କନକ ବ୍ୟୁରୋ  : ପଶ୍ଚିମ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି ।  ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ଖୋଲାଯିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ।   କୁଚିଣ୍ଡାରେ ନୂଆ ସରକାରୀ ଆଇଟିଆଇ  ପ୍ରତିଷ୍ଠା ଦ୍ବାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବବର୍ଗ ଉପକୃତ ହେବେ । ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି ଟ୍ରେଡରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ। ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିପୁଳ ଓ ଅତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ।

ସେହିପରି ବଲାଙ୍ଗୀରର ପାଟଣାଗଡ ଠାରେ ପ୍ରତିଷ୍ଠା ହେବାକୁ ଥିବା ITIରେ ମଧ୍ୟ ୪ ଗୋଟି ଟ୍ରେଡରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ । ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ବାରା ଯୁବକ ଯୁବତୀ ମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତିର ସୁଯୋଗ ସୃଷ୍ଟି ହେବ । ରାଜ୍ୟର ୩୧୪ଟି ବ୍ଲକ୍‌ ମଧ୍ୟରୁ ୨୫୧ଟି ବ୍ଲକର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ରହିଛି । ସେହିପରି ୫୮ଟି ସବଡିଭିଜନ ମଧ୍ୟରୁ ୪୮ଟିରେ ITI ରହିଛି । ପାଟଣାଗଡ ଓ କୁଚିଣ୍ଡାରେ  ITI  ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ।

Skilled in Odisha କାର୍ଯ୍ୟକ୍ରମ ଜରିଆରେ ଯୁବକ ଯୁବତୀ ମାନେ ବିଭିନ୍ନ ସରକାରୀ ଶିଳ୍ପତାଲିମ ପ୍ରତିଷ୍ଠାନ ମାନଙ୍କରେ ତାଲିମ ନେଇ ନିଜର ଦକ୍ଷତା ଦ୍ବାରା ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିପାରିଛନ୍ତି। ଭୁବନେଶ୍ବର ନିକଟରେ ପ୍ରତିଷ୍ଠିତ World Skill Centre ଯୁବବର୍ଗଙ୍କ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe