କନକ ବ୍ୟୁରୋ : ରାଜ୍ୟରେ ଆଉ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨ ଜଣ ଆକ୍ରାନ୍ତ ନାଇଜେରିଆ ଫେରନ୍ତା ବୋଲି ସୂଚନା ମିଳିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଉଭୟଙ୍କର ଚିକିତ୍ସା ଚାଲିଥିବା ନେଇ ଆଇଏଲଏସ ପକ୍ଷରୁ ସୂଚନା ମିଳିଛି । ଉଭୟ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ ୧୧ ଓ ୧୫ ବର୍ଷ ଥିବା ସୂଚନା ମିଳିଛି । ଏହି ଦୁଇ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି ।
ଏହାପୂର୍ବରୁ ରାଜ୍ୟରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଜଣେ ଜଗତସିଂହପୁର ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ଜଣେ ଖୋର୍ଦ୍ଧା ଅଞ୍ଚଳର ଥିଲେ । ଉଭୟ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ନାଇଜେରିଆ ଓ ଅନ୍ୟ ଜଣେ କାତାରରୁ ଫେରିଥିଲେ । ଉଭୟଙ୍କ ଚିକିତ୍ସା ଚାଲୁଥିବା ବେଳେ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଜଣାପଡିଛି । ଏପରିକି ଉଭୟଙ୍କର ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରାଯାଇ କରୋନା ପରୀକ୍ଷା କରାଯାଇଛି ।