ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ରାଜ୍ୟରେ ଆହୁରି ୨ ହଜାରରୁ ଅଧିକ ଡାକ୍ତରଙ୍କୁ ଦିଆଯିବ ନିଯୁକ୍ତି । 

164

କନକ ବ୍ୟୁରୋ: ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ରାଜ୍ୟରେ ଆହୁରି ୨ ହଜାରରୁ ଅଧିକ ଡାକ୍ତରଙ୍କୁ ଦିଆଯିବ ନିଯୁକ୍ତି । ଓପିଏସସି ପକ୍ଷରୁ ଡାକ୍ତର ଓ ଦନ୍ତ ଚିକିତ୍ସକ ପଦବୀ ପୂରଣ କରାଯିବ । ଡାକ୍ତର ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇବ ।

ନୂଆ କରି ରାଜ୍ୟ ସରକାର ଗଢିଥିବା ୯ଟି ମେଡିକାଲ କଲେଜ ଗୁଡିକର ଭିତ୍ତିଭୂମିର ବିକାଶ କାର୍ଯ୍ୟକ୍ରମ ସଂପର୍କରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଥିଲେ। ଏହାସହ ୫ଟି ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ୬ଟି ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ କାର୍ଯ୍ୟ ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଅଧିକରୁ ଅଧିକ ସାଧାରଣ ଲୋକ ଯେପରି ସୁବିଧା ପାଇପାରିବେ, ସେ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ନୂଆକରି ଖୋଲିବାକୁ ଥିବା ମେଡିକାଲ କଲେଜ ଗୁଡିକର ଅଧ୍ୟାପକ ପଦବୀ, ଡ଼ାକ୍ତରଖାନାର ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଆଦି ପଦବୀ ପୂରଣ ଏବଂ ଚିକିତ୍ସା ଉପକରଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା ।
ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର, ଅର୍ଥ ବିଭାଗର ପ୍ରମୁଖ ସଚିବ ଅଶୋକ ମୀନା ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ କିଷନ କୁମାର ଭିତ୍ତିଭୂମି ବିକାଶ ସଂପର୍କରେ ଉପସ୍ଥାପନା ଦେଇଥିଲେ ।

Comments are closed.