ରାଜ୍ୟରେ ପୁଣି ୨ହଜାର ପାର କଲା ସଂକ୍ରମଣ : ୨୪ଘଣ୍ଟାରେ ୨୦୮୫ ନୂଆ ଆକ୍ରାନ୍ତ ଚିହ୍ନଟ, ୫୬ ମୃତ

524

କନକ ବ୍ୟୁରୋ : ରାଜ୍ୟରେ ପୁଣି ୨ହଜାର ପାର କଲା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୦୮୫ ଜଣ କରୋନା ପଜିଟିଭ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୧୧୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭୩ ଜଣ, ବାଲେଶ୍ୱରରୁ ୧୧୩ ଜଣ, ବରଗଡ଼ରୁ ୧୫ ଜଣ, ଭଦ୍ରକରୁ ୧୭୩ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୨୧୦ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୪୧ ଜଣ, ଗଜପତିରୁ ୧୯ ଜଣ, ଗଞ୍ଜାମରୁ ୧୪ ଜଣ, ଜଗତସିଂହପୁରରୁ ୧୦୮ ଜଣ, ଯାଜପୁରରୁ ୧୩୨ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧୦ ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୯୪ ଜଣ, କେଉଁଝରରୁ ୨୪ ଜଣ, କୋରାପୁଟରୁ ୧୬ ଜଣ, ମାଲକାନଗିରିରୁ ୧୯ ଜଣ, ମୟୁରଭଞ୍ଜରୁ ୮୪ ଜଣ, ନବରଙ୍ଗପୁରରୁ ୧୮ ଜଣ, ନୟାଗଡ଼ରୁ ୬୦ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୦୬ ଜଣ, ରାୟଗଡ଼ାରୁ ୧୪ ଜଣ, ସମ୍ୱଲପୁରରୁ ୩୬ ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୨୫ ଓ ଷ୍ଟେଟ ପୁଲରୁ ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୫୮, ୦୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୩୨, ୬୬୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨୦, ୧୬୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।