ଭୁବନେଶ୍ୱରରେ କମୁଛି ଆକ୍ରାନ୍ତ ସଂଖ୍ୟା । ଆଜି ଆଉ ୨୧୬ ପଜିଟିଭ ଚିହ୍ନଟ । କ୍ୱାରେଣ୍ଟାଇନ ସେଣ୍ଟରରୁ ୫୫, ଲୋକାଲ କଣ୍ଟାକ୍ଟ ୧୬୧ । ସେପଟେ ସୁସ୍ଥ ହେଲେ ୩୦୭ ।

Advertisment
ରାଜଧାନୀରେ ସଂକ୍ରମଣ କମ, ସୁସ୍ଥ ଅଧିକ । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୪୬ କରୋନା ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ ୫୫୧ ଜଣ

କନକ ବ୍ୟୁରୋ : ଭୁବନେଶ୍ୱରରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାସହ ସୁସ୍ଥ ସଂଖ୍ୟା ବଢିବାରେ ଲାଗିଛି । ଆଜି ଭୁବନେଶ୍ୱରରୁ ୨୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ ସେଣ୍ଟରରୁ ୫୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟରୁ ୧୬୧ ଜଣ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରେ ଏକ ଭଲ ଖବର ମଧ୍ୟ ଆସିଛ । ଆଜି ଭୁବନେଶ୍ୱରରୁ ୩୦୭ ଜଣ ସୁସ୍ଥ ହୋଇଛନ୍ତି ।

ଆଜି ଖୋର୍ଦ୍ଧାରୁ ୨୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏମାନଙ୍କ ମଧ୍ୟରୁ କେବଳ ଭୁବନେଶ୍ୱରରୁ ୨୧୬ ଜଣ ଚିହ୍ନଟ ହୋଇଛନ୍ତି । ଏହି ସଂଖ୍ୟାକୁ ଦେଖିଲେ ଜଣାପଡୁଛି ଯେ ବର୍ତ୍ତମାନ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ ରହୁଛି ଓ ସୁସ୍ଥ ସଂଖ୍ୟା ବଢିବାରେ ଲାଗିଛି ।
ଏହାସହ ଭୁବନେଶ୍ୱରରେ ଏବେ ୨୬ ହଜାର ୯୯୫ରେ ପହଞ୍ଚିଛି କରୋନା ଆକ୍ରାନ୍ତ ସଂଖ୍ୟା । ସେହିପରି ୨୩ ହଜାର ୮୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ ହଜାର ୧୧ ଜଣ ଏବେ ବି ସକ୍ରିୟ ରହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe