୨୪ ଘଣ୍ଟାରେ ରାଜ୍ୟରେ ୨୧୯ କରୋନା ସଂକ୍ରମିତ ଚିହ୍ନଟ । ଖୋର୍ଦ୍ଧାରୁ ଆସିଲା ସର୍ବାଧିକ ପଜିଟିଭ ମାମଲା ।

Advertisment
୨୪ ଘଂଟାରେ ଦେଶରେ ୮୩୦୯ କରୋନା ପଜିଟିଭ, ୨୩୬ ମୃତ : ୫୪୪ ଦିନ ପରେ ସର୍ବନିମ୍ନ ସକ୍ରିୟ ମାମଲା ଚିହ୍ନଟ

କନକ ବ୍ୟୁରୋ :  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ଭଦ୍ରକରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୫ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୯୬ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୧୫ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୮ ହଜାର ୨୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୭ ହଜାର ୩୮୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୮୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe