କନକ ବ୍ୟୁରୋ : ଛତ୍ତିଶଗଡ ବିଜାପୁରରୁ ଆସିଛି ଦୁଃଖଦ ଖବର । ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ନକ୍ସଲ ମୁହାଁମୁହିଁ ହୋଇଥିବା ବେଳେ ଗୁଳିବିନିମୟରେ ୨୨ ଜଣ ଯବାନ ସହିଦ ହୋଇଥିବା ସୂଚନା ମିଳିଛି । ୨ ଜଣ ସହିଦ ଯବାନଙ୍କର ମୃତଦେହ ମିଳିଥିବା ବେଳେ ଘଟଣାସ୍ଥଳରେ ଆହୁରି ୨୦ ସହିଦ ଯବାନଙ୍କ ମୃତଦେହ ପଡି ରହିଥିବା ସୂଚନା ମିଳିଛି । ତେବେ ଏହି ଯବାନଙ୍କ ପ୍ରତି ଆକ୍ରମଣରେ ୧୫ରୁ ଅଧିକ ନକ୍ସଲ ନିପାତ ହୋଇଛନ୍ତି ।

Advertisment

ସୂଚନା ମୁତାବକ, ବିଜାପୁର ତେରମ ଥାନା ଜୋନାଗୁଡା ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାମୁହିଁ ହୋଇଥିଲେ । ଆଉ ଏହି ଘଟଣାରେ ୨୨ ଜଣ ଯବାନ ସହିଦ ହୋଇଥିବା ସୂଚନା ମିଳିଥିବା ବେଳେ ୩୦ଜଣ ଯବାନ ଆହତ ହୋଇଥିବା ବେଳେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଗତକାଲିର ନକ୍ସଲଙ୍କ ଆମ୍ବୁସ ପରଠାରୁ କିଛି ଯବାନ ନିଖୋଜ ରହିଛନ୍ତି । ସେମାନଙ୍କ ୁଠାବ କରିବାକୁ ବିଜାପୁରରେ ବଡ ଧରଣର ସର୍ଚ ଅପରେସନ୍ ଆରମ୍ଭ ହୋଇଛି । ଛତିଶଗଡରେ ନକ୍ସଲ ବିରୋଧି ଅଭିଯାନ ପାଇଁ ଗତକାଲି ବିଜାପୁର ଏବଂ ସୁକମା ଜିଲ୍ଲାର କେନ୍ଦିୀୟ ପୁଲିସ ବଳ, କୋବ୍ରା ବାଟାଲିଆନ, ଡ଼ିଆରଜି ଏବଂ ଏସଟିଏଫର ମିଳିତ ଟିମ୍ ଚଢଉ କରିଥିଲେ । ଏହି ସମୟରେ ନକ୍ସଲ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରସ୍ଥିତି ସୃଷ୍ଟି ହେବା ସହ ଗୁଳି ବିନିମୟ ହୋଇଥିଲା ।  ଶେଷ ଖବର ସୁଦ୍ଧା ୨୨ ଯବାନ ସହିଦ ହୋଇଥିବା ସୂଚନା ମିଳିଛି ।