ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟରଙ୍କ ମନରେ ପ୍ରବଳ ଉତ୍ସାହ । ସକାଳ ୧୧ଟା ସୁଦ୍ଧା ଓଡ଼ିଶାରେ ୨୩.୨୮% ମତଦାନ, ନୂଆପଡାରେ ଜୋରସୋରେ ଚାଲିଛି ଭୋଟିଂ

157

କନକ ବ୍ୟୁରୋ : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଜୋରଦାର ମତଦାନ  । ୪ ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ ହୋଇଛି । ସକାଳ ୬ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ  । ରାଜ୍ୟ ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ସକାଳ ୧୧ଟା ସୁଦ୍ଧା ଓଡ଼ିଶାରେ ୨୩.୨୮% ମତଦାନ ହୋଇଛି । ନୂଆପଡାରେ ସର୍ବାଧିକ ୨୬.୮୦% ମତଦାନ ହୋଇଥିବା ବେଳେ ଗଞ୍ଜାମରେ ସର୍ବନିମ୍ନ ୧୭.୭୪% ଭୋଟଗ୍ରହଣ ହୋଇଛି ।

ସେହିଭଳି ଗଜପତିରେ ୨୨.୦୨%, କଳାହାଣ୍ଡିରେ ୨୪.୭୯%, କୋରାପୁଟରେ ୨୬.୬୧%, ମାଲକାନିଗିରିରେ ୨୨.୪୩%, ନବରଙ୍ଗପୁରରେ ୨୪.୯୬%, ରାୟଗଡାରେ ୨୧.୮୧% ମତଦାନ ହୋଇଛି । ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବାକୁ ଥିବା ବେଳେ ମତଦାନ ହାର ଆହୁରି ବୃଦ୍ଧି ପାଇବ । ଏବେ ଖରା ହେଉଥିବା କାରଣରୁ ଅପରାହ୍ନରେ ମତଦାନ ଅଧିକ ହୋଇପାରେ । ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ଶେଷ କରିବାକୁ ପୋଲିଂ ବୁଥ୍ ଗୁଡିକରେ ସୁରକ୍ଷାବ୍ୟବସ୍ଥାକୁ କଡାକଡି କରାଯାଇଛି ।