ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ଆଉ ୨୩୪ କରୋନା ଆକ୍ରାନ୍ତ ଚିହ୍ନଟ

237

କନକ ବ୍ୟୁରୋ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୯ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୫ ଜଣ ସ୍ଥାନୀୟ ସଂକ୍ରମିତ । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩ ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧୫ ଜଣ, କଟକରୁ ୨୯ ଜଣ, ଦେଓଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୨ ଜଣ, ଜଗତ୍‌ସିଂହପୁରରୁ ୬ ଜଣ ଚିହ୍ନଟ ।

ସେହିଭଳି ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୩୨ ଜଣ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୩୩ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୯୪ରେ ପହଞ୍ଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୪୦୯ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୩୧୩ ଜଣ ଆକ୍ରାନ୍ତ । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।