ବୁର୍ଲା ଭିସୁଟରେ ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ : ୨ ଦିନ ଭିତରେ ୩ଟି ହଷ୍ଟେଲରେ ବ୍ୟାପିଲା କରୋନା; ୧୬ ଜଣଙ୍କୁ ଅନ୍ୟତ୍ର ରଖି ଚିକିତ୍ସା ଜାରି

ପ୍ରଥମ ବର୍ଷ ପିଲାଙ୍କୁ ଶିକ୍ଷାନୁଷ୍ଠାନ ନଯିବାକୁ କୁଳପତିଙ୍କ ଅନୁରୋଧ

571

କନକ ବ୍ୟୁରୋ : ବୁର୍ଲା ଭିସୁଟରେ ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି । ୨ ଦିନ ଭିତରେ ୩ଟି ହଷ୍ଟେଲରେ ବ୍ୟାପିଛି କରୋନା । ୧୬ ଜଣଙ୍କୁ ଅନ୍ୟତ୍ର ରଖି ଚିକିତ୍ସା କରାଯାଉ ଥିବା ବେଳେ ଅନ୍ୟ ଆକ୍ରାନ୍ତ ଛାତ୍ରଛାତ୍ରୀ ନିଜ ନିଜ ଘରକୁ ଚାଲି ଯାଇଛନ୍ତି । ପ୍ରଥମ ବର୍ଷ ପିଲାଙ୍କୁ ଶିକ୍ଷାନୁଷ୍ଠାନ ନଯିବାକୁ କୁଳପତି ଅନୁରୋଧ କରିଛନ୍ତି । ଏପରିକି ହଷ୍ଟେଲରେ ଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ବାହାରକୁ ନଆସିବାକୁ ବାରଣ କରାଯାଇଛି । ହଷ୍ଟେଲ ଭିତରେ ଥିବା ଛାତ୍ରଛାତ୍ରୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି କୁଳପତି କହିଛନ୍ତି । ତେବେ ପରୀକ୍ଷା ଚାଲିଥିବା ଛାତ୍ରଛାତ୍ରୀଙ୍କ ଭିତରେ କେହି କରୋନା ଆକ୍ରାନ୍ତ ନାହାନ୍ତି । ତେତଣୁ ଅବାଧରେ ପରୀକ୍ଷା ଚାଲିପାରିବ ବୋଲି କୁଳପତି କହିଛନ୍ତି ।