ରାଜ୍ୟରେ ୨୭୦ ପଜିଟିଭ, ୩ ମୃତ । ୫୭ ଜଣ ଶିଶୁ ଓ କିଶୋର ସଂକ୍ରମିତ

121

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ଜଣ, କଟକରୁ ୧୬ ଜଣ, ଢେଙ୍କାନାଳରୁ ୨୦ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୨ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୫ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ ପୁଲରୁ ୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୯ ହଜାର ୮୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୮ ହଜାର ୯୭୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨ ହଜାର ୪୨୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।