କନକ ବ୍ୟୁରୋ: ରାଜ୍ୟର ୨୮୩୬ ମିନି ଅଙ୍ଗନବାଡିକୁ ଉନ୍ନୀତ କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ସ୍ବାସ୍ଥ୍ୟ ଓ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ୭୪୧୫୪ ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ ୧୦୪୧୬ ମିନି ଅଙ୍ଗନବାଡି ଥିଲା । ତନ୍ମଧ୍ୟରୁ ୨୮୩୬ ମିନି ଅଙ୍ଗନବାଡି ଏବେ ଉନ୍ନୀତ ହେଲା ।
ଏହାସହିତ ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ୟ୍ୟ ପରିଚାଳନା ପାଇଁ ଯଥା - ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ । ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି । ଏହି ଅପଗ୍ରେଡେସନ ସହିତ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ ନିଯୁକ୍ତ କରାଯିବ । ଏହିପରି ୨୮୩୬ ଅଙ୍ଗନବାଡି ସହାୟକଙ୍କୁ ନିଯୁକ୍ତ କରାଯିବ ଏବଂ ଏହାସହିତ ୨୮୩୬ ମିନି ଅଙ୍ଗନବାଡି କର୍ମୀ ପଦବୀକୁ ଉନ୍ନୀତ କରାଯାଇ ଅଙ୍ଗନବାଡି କର୍ମୀ ପଦବୀ ସୃଷ୍ଟି କରାଯିବ । ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଅତିରିକ୍ତ ୧୮,୭୫,୪୧,୪୪୦ ଟଙ୍କା ଖର୍ଚ୍ଚ କରିବେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2023/05/30.jpg)