ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ : ଦେଶବ୍ୟାପୀ ଆୟୋଜିତ ହେଉଛି ବିଭିନ୍ନ କାର୍ଯ୍ୟକ୍ରମ

104

କନକ ବ୍ୟୁରୋ : ଆଜି ହେଉଛି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ । ୧୮୬୯ ମସିହା ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ଅହିଂସାର ଏହି ପୂଜାରୀ । ମହାତ୍ମାଗାନ୍ଧୀଙ୍କ ଅହିଂସାର ମାର୍ଗକୁ ମନେ ପକାଇବା ପାଇଁ ପ୍ରତିବର୍ଷ ତାଙ୍କ ଜନ୍ମଦିନକୁ ଅର୍ନ୍ତଜାତୀୟ ଅହିଂସା ଦିବସ ଭାବେ ପାଳନ କରାଯାଉଛି ।

ଆଇନ୍ ପାଠ ସାରି ଦକ୍ଷିଣ ଆଫ୍ରିକାରେ ପେଶାଦାର ଜୀବନ ଆରମ୍ଭ କରିବା ବେଳେ ହିଁ ମହାତ୍ମାଗାନ୍ଧୀଙ୍କ ଭିତରେ ଥିବା ନେତୃତ୍ୱ ନେବା ଗୁଣ ପ୍ରସ୍ପୁଟିତ ହୋଇଥିଲା । କଳା-ଗୋରା ଭେଦଭାବକୁ ଦୂର କରିବା ନେଇ ସେ ଆରମ୍ଭ କରିଥିଲେ ଆନ୍ଦୋଳନ।

୧୯୧୫ ମସିହାରେ ଭାରତ ଫେରି ଆସି ଦେଶର ସ୍ୱାଧିନତା ଆନ୍ଦୋଳନରେ ସାମିଲ ହୋଇଥିଲେ । ଇଂରେଜ ସରକାର ବିରୋଧରେ ଅସହଯୋଗ ଆନ୍ଦୋଳନ, ଆଇନ ଅମାନ୍ୟ ଆନ୍ଦୋଳନ ଏବଂ ଭାରତ ଛାଡ଼ ଆନ୍ଦୋଳନ କରି ଅହିଂସା ପଥରେ ଦେଶ ପାଇଁ ସ୍ୱାଧୀନ ଆଣି ଦେଇଥିଲେ ଏହି ମହାନ ଜନନାୟକ । ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ନାଥୁରାମ ଗଡସେ ନାମକ ଜଣେ ଆତତାୟୀ ଗୁଳିରେ ସବୁ ଦିନ ପାଇଁ ଆଖି ବୁଜି ଦେଇଥିଲେ ବାପୁଜୀ ।

ସେପଟେ ଆଜି ସମଗ୍ର ଦେଶରେ ପାଳିତ ହେଉଛି ରାଷ୍ଟ୍ରନାୟକ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ୧୯୦୪ ମସିହାରେ ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ଲାଲ ବାହାଦୂର ଶାସ୍ତ୍ରୀ।