ସ୍ପାଇସ୍ ଜେଟ୍ ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । କଡା ସୁରକ୍ଷା ମଧ୍ୟରେ ରାଜ୍ୟ ଟିକା ଭଣ୍ଡାରକୁ ହେଲା ସ୍ଥାନାନ୍ତର ।

134

କନକ ବ୍ୟୁରୋ : ଭୁବନେଶ୍ୱରରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । ସ୍ପାଇସ୍ ଜେଟ୍ ବିମାନ ଯୋଗେ ଆଜି ଭୁବନେଶ୍ୱରରେ ପହଞ୍ଚିଛି ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । କଡା ସୁରକ୍ଷା ମଧ୍ୟରେ ରାଜ୍ୟ ଟିକା ଭଣ୍ଡାରକୁ ଟିକା ସ୍ଥାନାନ୍ତର କରାଯାଇଛି । ତେବେ ଆସନ୍ତା ୩ ଦିନ ଭିତରେ ଟିକା ଭଣ୍ଡାରରୁ ବିଭିନ୍ନ ଜିଲ୍ଲାକୁ ଟିକା ପହଞ୍ଚିବ ।

ତେବେ ଆଜି ୨୮ଟି ପ୍ୟାକେଟରେ ୩ ଲକ୍ଷ ୩୪ ହଜାର ୫୦୦ ଡୋଜ୍ ଟିକା ଆସିଛି । ସେପଟେ ଗୋଟିଏ ଦିନର ଅନୁଧ୍ୟାନ ବିରତି ପରେ ଗତକାଲିଠାରୁ ଓଡ଼ିଶାରେ ପୁଣି ସ୍ୱାଭାବିକ୍ ଚାଲିଛି ଟିକାକରଣ । ରବିବାର ଦିନ ଟିକାକରଣ ବନ୍ଦ ରହିଥିବା ବେଳେ ସୋମବାରଠୁ ପୁଣି ଟିକାକରଣ ଚାଲିଛି । ତେବେ ଟିକାକରଣର କେନ୍ଦ୍ର ସଂଖ୍ୟା ବଢାଇବାକୁ ନିଷ୍ପତି ନେଇଛି ସ୍ୱାସ୍ଥ୍ୟ ବିଭାଗ । ସମସ୍ତ ମେଡିକାଲ କଲେଜରେ ୫ଟି ସେସନରେ ଟିକାକରଣ ହେଉଛି । ପ୍ରତି ଘରୋଇ ଓ ସରକାରୀ ମେଡିକାଲ କଲେଜରେ ଏଣିକି ୫ଟି ସ୍ଥାନରେ ଟିକାକରଣ ବ୍ୟବସ୍ଥା କରାଯିବ ।