୯ ଟି ଜିଲ୍ଲାରେ କାଲିଠାରୁ ଖୁବ୍ ବର୍ଷିବ ! ଆସନ୍ତା କାଲିଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗିରହିବ ।
ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, ଖୋର୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ଏପରି ପୂର୍ବାନୁମାନ କରିଛି। ବିଶେଷକରି ଦକ୍ଷିଣ ପୂର୍ବତଟ ଓଡ଼ିଶା ସମେତ ଅନ୍ୟ କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୩ଦିନ ପର୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି ବିଭାଗ ସୂଚନା ଦେଇଛି।
Kanak News is now on WhatsApp
Join and get latest news updates delivered to you via WhatsApp
ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ଗତ ୨୪ଘଣ୍ଟା ମଧ୍ୟରେ ପୁରୀରେ ସର୍ବାଧିକ ୩୬.୨ ମିଲିମିଟର ବର୍ଷା ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ୧୮.୪ ମି.ମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏହାସହ କଟକରେ ୧୨ ମି.ମି, ପାରାଦୀପରେ ୯.୬ ମି.ମି, କୋରାପୁଟରେ ୭.୮ ମି.ମି ବର୍ଷା ରେକର୍ଡ କରାଯାଇଛି।