ପୁଣି ଦୈନିକ ସଂକ୍ରମଣର ରେକର୍ଡ ଭାଙ୍ଗିଲା କରୋନା । ୨୪ ଘଂଟାରେ ଦେଶରେ ୩ ଲକ୍ଷ ୪୯ ହଜାର ୬୯୧ ଜଣ ସଂକ୍ରମିତ ୨,୭୬୭ ଜଣଙ୍କର ମୃତ୍ୟୁ

85

କନକ ବ୍ୟୁରୋ : ଦେଶରେ କରୋନା ସଂକ୍ରମଣ ଉଦବେଗଜନକ ସ୍ଥିତିରେ ପହଂଚିଛି । ଗତ ୨୪ ଘଂଟାରେ ଦେଶରେ ୩ ଲକ୍ଷ ୪୯ ହଜାର ୬୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୬୭  ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬୯ ଲକ୍ଷ ୬୦ ହଜାର ୧୭୨ ରେ ପହଂଚିଛି । ଅନ୍ୟପଟେ ଗତ ୨୪ ଘଂଟା ମଧ୍ୟରେ ଦେଶରେ କରୋନା ସଂକ୍ରମଣରେ ୨୭୬୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାସହିତ ଦେଶରେ କରୋନା ସଂକ୍ରମଣରେ ମୋଟ ମୃତକଙ୍କ ସଂଖ୍ୟା ୧ ଲକ୍ଷ ୯୨ ହଜାର ୩୧୧  କୁ ବୃଦ୍ଧି ପାଇଛି ।
ଏହାସହ ଦେଶରେ କରୋନାରୁ ମୋଟ ୧ କୋଟି ୪୦ ଲକ୍ଷ ୮୫ ହଜାର ୧୧୦ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ସେହିପିରି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଲକ୍ଷ ୮୨ ହଜାର ୭୫୧ ରେ ପହଂଚିଛି । କରୋନା ବିରୋଧ ଲଢେଇରେ ଦେଶରେ ଚାଲିଥିବା ଟିକାକରଣରେ ମୋଟ ୧୪ କୋଟି ୯ ଲକ୍ଷ ୧୬ ହଜାର ୪୧୭ ଜଣଙ୍କୁ ଟିକା ଦିଆଯାଇଛି ।

ସେପଟେ ଦେଶର ସବୁଠାରୁ ଅଧିକ ସଂକ୍ରମିତ ରାଜ୍ୟ କୁହାଯାଉଥିବା ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୭,୧୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଓ ୬୭୬ ଜଣଙ୍କର ଜୀବନ ଯାଇଛି । ସେହିଭଳି ଦିଲ୍ଲୀରେ ୨୪,୧୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫୭ ଜଣଙ୍କର ମୃତ୍ୟୁ ହୋଇଛି ।