ଆଜି ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ଗଞ୍ଜାମ, କଟକ ଓ ଖୋର୍ଦ୍ଧାରେ ଜଣେ ଲେଖାଏଁ ମୃତ; ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି

1,550

କନକ ବ୍ୟୁରୋ: ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି । ଦିନକୁ ଦିନ ରାଜ୍ୟରେ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ସହୋଇଥିବା ସୂଚନା ଅନୁସାରେ ଗତକାଲି କରୋନା ମହାମାରୀରେ ସଂକ୍ରମିତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କୋଭିଡ-୧୯ ଭୁତାଣୁ । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି ।

ତେବେ ମୃତକ ୩ ଜଣ ଯଥାକ୍ରମେ ଗଂଜାମ, କଟକ ଏବଂ ଖୋଦ୍ଧା ଜିଲ୍ଲାର ହୋଇଥିବା ନେଇ ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଗଞ୍ଜାମର ୭୫ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ମଧୁମେହ ଏବଂ ଉଚ୍ଚ ରକ୍ତଚାପ ରୋଗର ପୀଡିତ ଥିଲେ । ସେହିଭଳି କଟକ ଜିଲ୍ଲାର ୬୫ ବର୍ଷ ବୟସ୍କ ବ୍ୟକ୍ତିଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ସେହିପରି ଭୁବନେଶ୍ୱରର ୭୩ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.