କନକ ବ୍ୟୁରୋ : ଆଜିଠୁ ୩ଦିନ ବନ୍ଦ ରହିବ ରାଜ୍ୟର ସବୁ ସ୍କୁଲ । ଗ୍ରୀଷ୍ମ ପ୍ରବାହ ଓ ତାତି ବଢ଼ିବା ଯୋଗୁଁ ଏହି ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । ୧୮ତାରିଖରୁ ୨୦ତାରିଖ ପର୍ଯ୍ୟନ୍ତ ରାଜ୍ୟର ସବୁ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଗୁଡ଼ିକ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ତେବେ ଏହି ସମୟରେ ସ୍କୁଲ ଖୋଲା ରହିବା ସହ ଛାତ୍ରଛାତ୍ରୀଙ୍କ ନାମ ଲେଖା ସଂପର୍କିତ କାର୍ଯ୍ୟକ୍ରମ ଜାରି ରହିବ । ଶିକ୍ଷକ ଶିକ୍ଷୟିତ୍ରୀ ନିୟମିତ ବିଦ୍ୟାଳୟକୁ ଆସିବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି । କିଛି ସ୍କୁଲ ଏହି ତିନି ଦିନ କାଳ ଅନଲାଇନ କ୍ଲାସ କରିବେ ବୋଲି ସୂଚନା ମିଳିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/04/1651259925_untitled-design-2022-04-30t004728-180-1.jpg)