କନକ ବ୍ୟୁରୋ: ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୩ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଜଣେ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ଏହା ସହିତ ଦୁଇ ଜଣ ଅଧିକାରୀଙ୍କ ପେନ୍ସନ ମଧ୍ୟ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି।
ବାଧ୍ୟତାମୂଳକ ଅବସର ପାଇଥିବା ୩ ଜଣଙ୍କ ମଧ୍ୟରୁ ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର ଲଳିତା କପୁର । ତାଙ୍କ ନାମରେ ଦୁଇଟି ଦୁର୍ନୀତି ଅଭିଯୋଗ ରହିଛି। ସରକାରୀ ଅର୍ଥ ଆତ୍ମସାତ କରିବା ସହିତ ଆହୁରି ଅନେକ ଦୁର୍ନୀତି ଅଭିଯୋଗ ତାଙ୍କ ନାମରେ ରହିଛି । ବେଲପାହାଡ ମ୍ୟୁନିସିପାଲଟିର କାର୍ୟ୍ୟ ନିର୍ବାହୀ ଅଧିକାରୀ ଲୋକନାଥ ତିୱାରୀଙ୍କୁ ମଧ୍ୟ ଅପାରଗତା ଓ ଅସାଧୁତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଝାରସୁଗୁଡା ମ୍ୟୁନିସପାଲିଟର ପୂର୍ବତନ କାର୍ୟ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ପୁରୀ ଜିଲ୍ଲା ବେତାଲ ଆର.ଆଇ ସର୍କଲର ରାଜସ୍ବ ନିରୀକ୍ଷକ ମନୋଜ କୁମାର ପରିଡାଙ୍କୁ ଦୁର୍ବ୍ୟବହାର, ବିଶୃଙ୍ଖଳା ଅଚରଣ ଓ କର୍ତ୍ତବ୍ୟରେ ଅବହେଳା ଓ ଉଚ୍ଚପଦାଧିକାରୀଙ୍କ ନିର୍ଦ୍ଦେଶ ଅବମାନନା ଯୋଗୁ ଚାକିରୀରୁ ବହିଷ୍କୃତ କରାଯାଇଛି । ଉପରୋକ୍ତ ଚାରିଜଣଙ୍କ ସମ୍ପର୍କରେ ମଧ୍ୟ ମୋ ସରକାରରେ ପ୍ରତିକୂଳ ମତାମତ ଦେଇଥିଲେ ।
ଏହାସହିତ ଓଡିଶା ପୋଲିସ ସେବା ଅଧିକାରୀ ବଲାଙ୍ଗୀରର ପୂର୍ବତନ ଅତିରିକ୍ତ ଏସ୍.ପି ତଥା ହୋମଗାର୍ଡର ପୂର୍ବତନ ଡି.ଏସ୍.ପି ଶ୍ରୀକାନ୍ତ ମିଶ୍ର ଏବଂ ଗଞ୍ଜାମ ବେଲଗୁଣ୍ଠା ବ୍ଲକର ପୂର୍ବତନ ଏ.ଏଫ.ଓ ଏପିଲି ଉଦୟନାଥଙ୍କର ପେନସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି। ସେମାନଙ୍କ ନାମରେ ଥିବା ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ଯୋଗୁ ଏହି ପଦକ୍ଷେପ ନିଆଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/09/Bhubaneswar_Naveen-inaugurates-‘drink-from-tap-project-under-Sujal-Mission-for-Puri-residents-750x430-1.jpg)