କନକ ବ୍ୟୁରୋ : ଛତିଶଗଡ ବିଜାପୁର ଠାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ପୋଲିସ ଗୁଳିରେ ୩ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ମୃତକ ମାଓବାଦୀଙ୍କ ମଧ୍ୟରେ ୨ ମହିଳା ରହିଛନ୍ତି । ଘଟଣାସ୍ଥଳରୁ ବନ୍ଧୁକ, ଔଷଧ, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି ।
ବିଜାପୁର ବାସାଗୁଡା ଥାନା ବେଲମଗୁଟ୍ଟା ପାହାଡରେ ବହୁ ମାଓବାଦୀ ଏକାଠି ହୋଇଥିବା ନେଇ ସୂଚନା ମିଳିଥିଲା । ଯେଉଁ ସୂଚନା ଆଧାରରେ ଆରମ୍ଭ ହୋଇଥିଲା ଅପରେସନ । ପାହାଡ ଉପରେ ବେଶ କିଛି ସମୟ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲେ । ଶେଷରେ ପୋଲିସ ଏନକାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଛନ୍ତି । ଏନେଇ ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛି ବିଜାପୁର ପୋଲିସ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/01/29-16.jpg)