କନକ ବ୍ୟୁରୋ: ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ୩ ମନ୍ତ୍ରୀ । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସହିତ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବା ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲିଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ମୁଖ୍ୟମନ୍ତ୍ରୀ ଏହି ୩ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର କୌଣସି ଅସୁବିଧା ବା ନହେବ ତାହା ସୁନିଶ୍ଚିତ କରିବାକୁ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପରାମର୍ଶ ଦେଇଛନ୍ତି।