କନକ ବ୍ୟୁରୋ: ଆଗାମୀ ୩ଦିନ ଅର୍ଥାତ ୧୩ତାରିଖ ଯାଏଁ ତାତିରେ ସିଝିବ ଓଡିଶା । ପଶ୍ଚିମ ଓଡିଶାର ଅଧିକାଂଶ ଜିଲ୍ଲାର ତାପମାତ୍ରା ସ୍ୱାଭାବିକଠୁ ୪ରୁ ୬ ଡିଗ୍ରୀ ଅଧିକ ରହିବା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ସୋନପୁର, ବଲାଙ୍ଗୀର, କେଉଁଝର, ଝାରସୁଗୁଡା, ସୁନ୍ଦରଗଡ, ବୌଦ୍ଧ, କନ୍ଧମାଳ, ବରଗଡ ଜିଲ୍ଲା ପାଇଁ ଅଂରେଜ ଆଲର୍ଟ ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବ ବିଶେଷ ନଥିବାରୁ ତାପମାତ୍ରା ବୃଦ୍ଧି ପାଉଛି । ଅନ୍ୟପଟେ ପ୍ରାକ ମୌସୁମୀବର୍ଷାରର ଅଭାବ ପାଇଁ ମଧ୍ୟ ତାପମାତ୍ରା ଜୁନ ମାସରେ ଅଧିକ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/06/heatwave-in-odisha-1.jpg)