ଆହୁରି ୩ ଦିନ ତାତିରୁ ନାହିଁ ନିସ୍ତାର। ତାପମାତ୍ରା ସ୍ୱାଭାବିକଠାରୁ ୪ରୁ ୬ ଡିଗ୍ରୀ ଅଧିକ ରହିବା ସମ୍ଭାବନା

କଲବଲ କରିବ ତାତି : ଆଜି ଓ ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କନକ ବ୍ୟୁରୋ: ଆଗାମୀ ୩ଦିନ ଅର୍ଥାତ ୧୩ତାରିଖ ଯାଏଁ ତାତିରେ ସିଝିବ ଓଡିଶା । ପଶ୍ଚିମ ଓଡିଶାର ଅଧିକାଂଶ ଜିଲ୍ଲାର ତାପମାତ୍ରା ସ୍ୱାଭାବିକଠୁ ୪ରୁ ୬ ଡିଗ୍ରୀ ଅଧିକ ରହିବା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ସୋନପୁର, ବଲାଙ୍ଗୀର, କେଉଁଝର, ଝାରସୁଗୁଡା, ସୁନ୍ଦରଗଡ, ବୌଦ୍ଧ, କନ୍ଧମାଳ, ବରଗଡ ଜିଲ୍ଲା ପାଇଁ ଅଂରେଜ ଆଲର୍ଟ ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବ ବିଶେଷ ନଥିବାରୁ ତାପମାତ୍ରା ବୃଦ୍ଧି ପାଉଛି । ଅନ୍ୟପଟେ ପ୍ରାକ ମୌସୁମୀବର୍ଷାରର ଅଭାବ ପାଇଁ ମଧ୍ୟ ତାପମାତ୍ରା ଜୁନ ମାସରେ ଅଧିକ ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe